ଆଜି ବସିବ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର,ଏନ୍ଏନ୍ଏସ୍: ଆଜି ବସିବ ଉଭୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ପୂର୍ବାହ୍ନ ୧୧.୦୦ ରେ ବସିବ ମନ୍ତ୍ରୀ ପରିଷଦ ବୈଠକ ଏବଂ ୧୧.୩୦ ପରେ ବସିବ କ୍ୟାବିନେଟ ବୈଠକ।

ରାଜ୍ୟରେ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ପଞ୍ଚାୟତ ଓ ପୌର ନିର୍ବାଚନ ଲାଗି ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିଲା। ତାହା ଗତକାଲି(ଶନିବାର) ଫଳାଫଳ ପ୍ରକାଶ ସହ ଉଠିଛି। ଆଦର୍ଶ ଆଚରଣ ବିଧି ଯୋଗୁଁ ବିକାଶ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ନିର୍ବାଚନ ପ୍ରକ୍ରିୟା ଶେଷ ପରେ ଏହା ହେଉଛି ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକ। ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ କ୍ୟାବିନେଟ ମୋହର ମାରିବ।