ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ତାମିଲନାଡୁ ଓ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ତାମିଲନାଡୁରେ ଫସିରହିଥିବା ପ୍ରବାସୀ ଓଡ଼ିଆଙ୍କୁ ଘରକୁ ଫେରାଇ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ କନଫରେନ୍ସିଂରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇକେ ପଲାନୀସ୍ୱାମୀଙ୍କ ସହ ଆଲୋଚନା କରିଛନ୍ତି। ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡ଼ିଓ କନଫରେନ୍ସିଂ ଜରିଆରେ ଯୋଗଦେଇଥିଲେ। ତେବେ ତାମିଲନାଡୁରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଆଲୋଚନା ହୋଇଛି।

ଲକ୍‌ ଡାଉନ୍‌ ସମୟରେ ସେଠାରେ ଅଟକି ରହିଥିବା ଓଡ଼ିଆମାନଙ୍କ ଯତ୍ନ ନେଇଥିବାରୁ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଦେବା ସହ ସେମାନଙ୍କୁ ଫେରାଇଆଣିବା ପାଇଁ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି ନବୀନ ପଟ୍ଟନାୟକ । ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏଦିଗରେ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ମଧ୍ୟ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି ।