ଭୁବନେଶ୍ବର,ଏନ୍ଏନ୍ଏସ୍: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି (ସୋମବାର) ପୂର୍ବାହ୍ନରେ ଦିଲ୍ଲୀ ଗସ୍ତରେ ଯିବେ ନବୀନ। ଅପରାହ୍ନ ୪ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଭେଟିବାର କାର୍ଯ୍ୟକ୍ରମ ରହିଛି।
ତେବେ ଆସନ୍ତାକାଲି ଅପରାହ୍ନ ୧୨ଟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ। ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ୨ଟାରେ ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ମିଳିଛି।
ମୁଖ୍ୟମନ୍ତ୍ରୀଙ୍କ ଏହି ୩ ଦିନିଆ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ୱ ବହନ କରୁଛି। ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ନବୀନ ଦିଲ୍ଲୀ ଯାତ୍ରା ରାଜନୈତିକ ପାଣିପାଗକୁ ସରଗରମ କରୁଛି। ଏହା ସହ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି।