ଇ-ଯାନ ପଲିସି ସହ ୧୪ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ

  • ଭୁବନେଶ୍ୱର: ଏଣିକି ବିଦ୍ୟୁତ୍ ଚାଳିତ ଗାଡ଼ି (ଇ-ଯାନ) କିଣିଲେ ମିଳିବ ସରକାରୀ ପ୍ରୋତ୍ସାହନ। ଇ-ଯାନ ପଲିସି ଉପରେ ବାଜିଲା ମୋହର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ କ୍ୟାବିନେଟ ୧୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାସହ ଓଡ଼ିଶା ସୋସିଆଲ୍ ସିକ୍ୟୁରିଟି ସର୍ଭିସ-୨୦୨୧ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି କ୍ୟାବିନେଟ୍।
  • ରାଜ୍ୟରେ ବିଦ୍ୟୁତ ଚାଳିତ ଗାଡ଼ି ପ୍ରଚଳନ ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ୨୦୨୫ ସୁଦ୍ଧା ଅନ୍ୟୁନ ୨୦ ପ୍ରତିଶତ ବ୍ୟାଟେରୀ ଚାଳିତ ଗାଡ଼ି ପଞ୍ଜିକୃତ ହେବ। ସେହିପରି ଓଡ଼ିଶା ବାଲି ନୀତି-୨୦୨୧କୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଓଡ଼ିଶା ଭେଟେନାରୀ ସର୍ଭିସ୍ କ୍ୟାଡରର ପୁନର୍ଗଠନକୁ ଅନୁମୋଦନ ମିଳିଛି। ଏହାଦ୍ୱାରା ଭେଟେନାରୀ ସେବା ପଦବୀ ସଂଖ୍ୟା ୧୪୮୧ରୁ ୧୯୧୦କୁ ବୃଦ୍ଧି ହେବ। ସେହିପରି ଓଡ଼ିଶା ସୋସିଆଲ  ସିକ୍ୟୁରିଟି ସର୍ଭିସ-୨୦୨୧ ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କାନପୁର ଜଳସେଚନ ପ୍ରକଳ୍ପରେ ପ୍ଲାଷ୍ଟିକ କଙ୍କ୍ରିଟ୍ ପାଇଁ ହୋଇଥିବା ଟେଣ୍ଡରକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ଓଡ଼ିଶା ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନ ଆଇନ ସଂଶୋଧନରେ କ୍ୟାବିନେଟ୍ ମୋହର ବାଜିଛି। ଏଥିରେ ପ୍ରିନ୍ସିପାଲଙ୍କୁ ଡିଡିଓ କ୍ଷମତା ଦିଆଯାଇଛି। ତାଙ୍କ ଅଧୀନରେ ଥିବା ସମସ୍ତ କର୍ମଚାରୀଙ୍କ ପ୍ରୋଭିଜିନାଲ ପେନସନକୁ ମଞ୍ଜୁର କରିପାରିବେ। ଜଜ୍ କୋର୍ଟ ଓ ଅଧସ୍ତନ କୋର୍ଟର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ କ୍ୟାଡର ରୁଲକୁ କ୍ୟାବିନେଟ୍ ଅନୁମୋଦନ କରିଛି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ରକ୍ଷଣାବେକ୍ଷଣ କରିବ ପଞ୍ଚାୟତ। ଏହାସହ ଷ୍ଟିଲ୍ ଓ ମାଇନ୍ସ ବିଭାଗର ୪ଟି ସର୍ଭିସ୍ ରୁଲକୁ ରାଜ୍ୟ କ୍ୟାବିନେଟ ମଞ୍ଜୁର କରିଛି। ହସ୍ତତନ୍ତ ବିଭାଗର କାରବାର ନିୟମରେ ସଂଶୋଧନକୁ ଅନୁମୋଦନ ମିଳିଛି ।  କୁଟୀର ଶିଳ୍ପକୁ ବାଦ ଦିଆଯାଇ  ଅନ୍ୟାନ୍ୟ କାର୍ଯ୍ୟକାରୀ ଶିଳ୍ପକୁ ସାମିଲ କରାଯାଇଛି। ମୌସୁମୀ ଅଧିବେଶନକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ସେପ୍େଟମ୍ବର ୧ତାରିଖରୁ ବିଧାନସଭା ଆରମ୍ଭ ହେବ।