ହସ୍ପିଟାଲରେ ଭର୍ତ୍ତି ହେଲେ ରାଜ୍ୟପାଳ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ରୁଟିନ ଚେକଅପ ଚାଲିଥିବା ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାତିରେ ସେଠାରେ ରହିବେ ଓ କାଲି ଫେରିବେ ବୋଲି ସୂଚନା ମିଳିଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା କୁହାଯାଇଛି।