ଓଡ଼ିଶାରେ କରୋନା ସୁସ୍ଥସଂଖ୍ୟା ଲକ୍ଷେ ଟପିଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ସଂଖ୍ୟା ଲକ୍ଷେ ଟପିଲା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ସୂଚନା ପ୍ରଦାନ କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ତାଙ୍କ ଉତ୍ସର୍ଗୀକୃତ ସେବା ପାଇଁ ଧନ୍ୟବାଦ ଜଣାଇଛନ୍ତି।