ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ହକି ଖେଳାଳି

  • ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳରେ ଥିବା ଓଡ଼ିଆ ଖେଳାଳି। ସେମାନେ ରାତି ୮ଟା ୫୦ ମିନିଟରେ ଏୟାର ଇଣ୍ଡିଆ ଫ୍ଲାଇଟରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏହି ଖେଳାଳିମାନେ ହେଲେ ବ୍ରୋଞ୍ଜ ପଦକ ବିଜୟୀ ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା ଏବଂ ମହିଳା ଦଳର ଦୀପଗ୍ରେସ ଏକ୍କା ଓ ନମିତା ଟପ୍ପୋ। ଏହି ହକି ଖେଳାଳିମାନଙ୍କୁ ସ୍ୱାଗତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ଓ ଯୁବ ସେବା ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଦିଲୀପ ତିର୍କୀ ଓ ଅଭିଜିତ ପଲ ବିମାନ ବନ୍ଦରରେ ଉପସ୍ଥିତ ଥିଲେ। ଏହା ସହିତ ସେମାନଙ୍କ ପରିବାର ଲୋକେ ମଧ୍ୟ ଉପସ୍ଥିତ ଥିଲେ। ଖେଳାଳିଙ୍କୁ ଘର ପର୍ଯ୍ୟନ୍ତ ଛାଡ଼ିବାର ବ୍ୟବସ୍ଥା ମଧ୍ୟ କରାଯାଇଛି।