ଭୁବନେଶ୍ବର,ଏନ୍ଏନ୍ଏସ୍: ନଭେମ୍ବରେ ହେବାକୁ ଥିବା ମେକ୍-ଇନ୍-ଓଡ଼ିଶା ସମ୍ମିଳନୀ ପୂର୍ବରୁ ହାଇଦ୍ରାବାଦରେ ସୋମବାର ଦିନ ଏକ ରୋଡ୍ ଶୋ’ ଅନୁଷ୍ଠିତ ହୋଇଛି । ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ସାମର୍ଥ୍ୟ ହେଉଛି ଏହାର ପ୍ରାକୃତିକ ସମ୍ପଦ, ଦକ୍ଷ ମାନବ ସମ୍ବଳ ଓ ସ୍ଥିର ସରକାର । ଏଥିପାଇଁ ଓଡ଼ିଶା ଏବେ ନିବେଶ ଓ ଶିଳ୍ପ କ୍ଷେତ୍ରରେ ଦେଶର ଏକ ପସନ୍ଦଯୋଗ୍ୟ କେନ୍ଦ୍ରରେ ପରିଣତ ହୋଇଛି । ଓଡ଼ିଶା ଏବେ ଉଡ଼ିବା ଆରମ୍ଭ କରିଛି ଓ ଆସନ୍ତା ୧୦ ବର୍ଷରେ ଉଚ୍ଚ ଅଭିବୃଦ୍ଧି ହାସଲ କରବ ବୋଲି ହାଇଦ୍ରାବାଦରେ ନିବେଶକ ଓ ଶିଳ୍ପପତିମାନଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
