ଆଜିଠୁ ମାଟ୍ରିକ ପରୀକ୍ଷା ଖାତାଦେଖା ଆରମ୍ଭ

କଟକ,ଏନ୍ଏନ୍ଏସ୍: ଆଜି(ଶନିବାର) ଠାରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା ଖାତାଦେଖା। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ହେବ। ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଛନ୍ତି। ସେହିପରି ୯୦୦ ଜଣ ଡେପୁଟି ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ସ୍କୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଛି। ଦିନ ୧୦ରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ଜାରି ରହିବ। ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବ। ଏନେଇ ବୋର୍ଡ଼ ପକ୍ଷରୁ ସୂଚନା ଦିଆଯାଇଛି।ପରୀକ୍ଷକମାନେ ୨୦ ତାରିଖରୁ ଖାତାଦେଖା କେନ୍ଦ୍ରରେ ପହଞ୍ଚି ସାରିଛନ୍ତି।