ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା

ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ ଧର୍ମେନ୍ଦ୍ରଙ୍କ ଟ୍ୱିଟ୍

ନୂଆଦିଲ୍ଲୀ, ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ଆଣିଥିବା ସଂସ୍କାର ଓଡ଼ିଶା ଭଳି ରାଜ୍ୟ ପାଇଁ ସହାୟକ ହୋଇଥିବା ବେଳେ ଓଡ଼ିଶାମଧ୍ୟ ଭାରତର ମହାକାଶ ଗବେଷଣାରେ ମୁଖ୍ୟ ଭୂମିକା ଗ୍ରହଣ କରିଆସୁଛି। ଚାନ୍ଦିପୁର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଭଳି କ୍ଷେପଣାସ୍ତ୍ର ପରୀକ୍ଷାକେନ୍ଦ୍ର ଭାରତର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମହାକାଶ କ୍ଷେତ୍ରରେ ମୋଦୀ ସରକାରଙ୍କ ସଂସ୍କାର ପ୍ରସଙ୍ଗରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆଣିବା ମାର୍ଗରେ ଆଗକୁ ବଢୁଛନ୍ତି।  ସେ କହିଛନ୍ତି ନୂଆ ମହାକାଶ ବୋର୍ଡ ଇଣ୍ଡିଆନ ନ୍ୟାସନାଲ ସ୍ପେଶ ପ୍ରମୋଶନ ଆଣ୍ଡ ଅଥୋରାଇଜେସନ (ଆଇଏନ-ସ୍ପେଶ)ର ପ୍ରତିଷ୍ଠା  ମହାକାଶ ପ୍ରଯୁକ୍ତିବିଦ୍ୟାର ନୂତନ, ଉଦୀୟମାନ କ୍ଷେତ୍ରରେ ନବସୃଜନ, ଅଭିବୃଦ୍ଧି ଏବଂ ଭାରତକୁ ଆତ୍ମନିର୍ଭର କରିବାରେ ସାହାଯ୍ୟ କରିବ। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ (ଏନଏସଆଇଏଲ) ମହାକାଶ ସମ୍ବନ୍ଧୀୟ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ ଏବଂ ଆମ ମହାକାଶ ଆସେଟର ସର୍ବୋତ୍ତମ ବ୍ୟବହାରକୁ ସ୍ଥାୟୀ କରିପାରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୀର୍ଘକାଳୀନ ଦୂରଦୃଷ୍ଟି ଭାରତକୁ ମହାକାଶ କାର୍ଯ୍ୟକ୍ରମରେ ନୂଆ ପର୍ଯ୍ୟାୟରେ ପହଞ୍ଚାଇବା ସହ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ଭାରତୀୟ କମ୍ପାନୀଗୁଡ଼ିକୁ ବିଶ୍ୱ ମହାକାଶ ଅର୍ଥନୀତିରେ ପ୍ରମୁଖ ଭୂମିକାରେ ଛିଡ଼ା କରାଇବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।