ପ୍ରଜନନ ନିୟନ୍ତ୍ରଣରେ ଜାତୀୟ ରିପୋର୍ଟରେ ଓଡ଼ିଶାକୁ ପ୍ରଶଂସା

ଭୁବନେଶ୍ବର,ଏନ୍ଏନ୍ଏସ୍: ଓଡ଼ିଶାକୁ ପ୍ରଶଂସା । ଜନସଂଖ୍ୟା ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ସଫଳତା ହାସଲ କରିଛନ୍ତି । ବିଶ୍ବ ଜନସଂଖ୍ୟା ଦିବସ ଅବସରରେ ନ୍ୟାସନାଲ ଫ୍ୟାମିଲି ହେଲଥ୍ ସର୍ଭେ ରିପୋର୍ଟର ଏହି ତଥ୍ୟ ପ୍ରଦାନ କରିଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସଚେତନତାର ହାର ବୃଦ୍ଧି ପାଇଥିବାରୁ ମୋଟ ପ୍ରଜନନ ହାରରେ ନିୟନ୍ତ୍ରଣ ଆସିଛି । ଚଳିତ ବର୍ଷ ଫିକ୍ସ ଡେ ଷ୍ଟାଟିକ ସେଣ୍ଟର ବୃଦ୍ଧି କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଯାହାଦ୍ବାରା ପରିବାର ନିୟୋଜନରେ ଉଭୟ ବ୍ୟବଧାନ ଓ ସୀମିତ ପଦ୍ଧତିକୁ ବ୍ୟାପକ କରିବାକୁ ପ୍ରୋତ୍ସାହନ ମିଳିବ ।

ରାଜ୍ୟ ସରକାରଙ୍କ ଆଉ ଏକ ସଫଳତା । ଜନସଂଖ୍ୟା ନିୟନ୍ତ୍ରଣ କରିବାରେ ସଫଳ । ନ୍ୟାନଲାନ ହେଲଥ ସର୍ଭେ ରିପୋର୍ଟରେ ତଥ୍ୟ । ରାଜ୍ୟରେ ପ୍ରଜନନ ହାର ମହିଳା ପିଛା ୧.୮ ପ୍ରତିଶତ । ଯାହା ପରିବାର ନିୟୋଜନ କାର୍ଯ୍ୟକ୍ରମର ସଫଳତାକୁ ଦର୍ଶାଇଥାଏ । କୌଣସି ନିର୍ଦ୍ଦିଷ୍ଟ ଅଞ୍ଚଳ, ରାଜ୍ୟ ଓ ଦେଶର ଜନସଂଖ୍ୟା ସ୍ଥିରତା ଆଣିବାରେ ସୂଚନା ଦେଇଥାଏ । ଗତ କିଛି ବର୍ଷ ଭିତରେ ଓଡ଼ିଶା ସରକାର ଏଥିରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ନ୍ୟାସନାଲ ଫ୍ୟାମିଲି ହେଲଥ୍ ସର୍ଭେ ରିପୋର୍ଟର ରାଜ୍ୟରେ ପ୍ରଜନନ ହାର ମହିଳା ପିଛା ଦେଶଠୁ କମ ରହିଛି ।

ରାଜ୍ୟରେ ଏହା ୧.୮ ପ୍ରତିଶତ ଥିବାବେଳେ ଦେଶରେ ୨.୦ ରହିଛି । ୬.୩୭ ଲକ୍ଷ ପରିବାରକୁ ନେଇ କରାଯାଇଥିଲା ନ୍ୟାସନାଲ ଫ୍ୟାମିଲି ହେଲଥ୍ ସର୍ଭେ । ଏଥିରେ ସାରଦେଶର ୭୦୭ ଜିଲ୍ଲାକୁ ସାମିଲ କରାଯାଇଥିଲା । ଏହା ୨୪,୧୧୫ ମହିଳା ଓ ୧ ଲକ୍ଷ ୧ ହଦାର, ୮୩୯ ପୁରୁଷଙ୍କୁ ନେଇ କରାଯାଇଥିଲା । ରାଜ୍ୟ ସରକାରଙ୍କ ଏହି ସଫଳତାରେ କାଉନସେଲିଂ ସମେତ ପରିବାର ନିୟୋଜନ ସେବା ରହିଛି । ଗୁଣାତ୍ମକ ମାନ ନିରୂପଣ, ଅନ୍ତରା ଓ ଆଇୟୁସିଡି ପରି ପରିବାର ନିୟୋଜନ ସେବା ଗୁଡ଼ିକୁ ହିତାଧିକାରୀଙ୍କ ପାଖରେ ସହଜରେ ଉପଲବ୍ଧ କରାଯାଇଛି ।

ଫାମିଲି ପ୍ଲାନିଂ, ଲଜିଷ୍ଟିକ୍ ମ୍ୟାନେଜମେଣ୍ଟ ଇନଫରମେସନ୍ ସିଷ୍ଟମ ପରି ଅନଲାଇନ୍ ପଦ୍ଧତି ଜରିଆରେ ଦମ୍ପତିଙ୍କ ପାଖରେ ଠିକ୍ ସଭୟରେ ଗର୍ଭନିରୋଧକ ପହଞ୍ଚାଯାଉଛି । ଏହି କାର୍ଯ୍ୟକ୍ରମର ସଫଳତା ଯୋଗୁ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ଅଧୀନରେ ସହରାଞ୍ଚଳରେ ଏହାକୁ ବୃଦ୍ଧି କରିବାକୁ ପାଇଁ ପଦକ୍ଷେପ ନିଆଯାଇଛି । ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଶିଶୁ ପ୍ରସବ କରୁଥିବା ମାଆମାନଙ୍କ ମଧ୍ୟରେ ପ୍ରସବ ପରବର୍ତ୍ତୀ ସେବାକୁ ଅଧିକ ପ୍ରୋତ୍ସାହିତ କରାଯାଉଛି । ଯେଉଁଠି ମାଆମାନଙ୍କୁ ସେମାନଙ୍କ ପ୍ରଜନନ ନିୟନ୍ତ୍ରଣ କରିବା ପାଇଁ ଗର୍ଭନିରୋଧକ ବ୍ୟବହାର ନେଇ ଗୁରୁତ୍ବ ଦିଆଯାଉଛି ।