ଜୁଲାଇ ୩୦ରୁ ମାଟ୍ରିକ ଅଫଲାଇନ ପରୀକ୍ଷା

  • ଭୁବନେଶ୍ୱର: ମାଟ୍ରିକ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପୁନଶ୍ଚ ପରୀକ୍ଷା ଦେବେ। ସେଥିପାଇଁ ଜୁଲାଇ ୩୦ ତାରିଖରୁ ଅଫଲାଇନ ପରୀକ୍ଷା ହେବ। ଅଫଲାଇନ ପରୀକ୍ଷା ପାଇଁ ଅନଲାଇନରେ ଫର୍ମ ପୂରଣ କରିବାକୁ ପଡ଼ିବ। ଜୁଲାଇ ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ ହେବ। ସବୁ ପରୀକ୍ଷାର୍ଥୀଙ୍କ ପାଇଁ ପରୀକ୍ଷା ଫି’ ଛାଡ଼ କରାଯାଇଛି। ମହାମାରୀ ଯୋଗୁଁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ବାତିଲ କରାଯାଇଥିଲା। ବିନା ପରୀକ୍ଷାରେ ଗତ ୨୫ ତାରିଖରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଥିଲା। ଏଥର ୯୭.୮% ଛାତ୍ରଛାତ୍ରୀ ପାସ୍ କରିଥିଲେ। ମୋଟ ୫, ୭୪, ୧୨୫ ପିଲାଙ୍କ ମୂଲ୍ୟାୟନ କରାଯାଇଥିଲା। ସେଥିରୁ ୫,୬୨,୦୧୦ ଜଣ ପାସ୍ କରିଥିଲେ। ୭୭୦୩ ଛାତ୍ରଛାତ୍ରୀ ଫେଲ୍ ହୋଇଥିବାବେଳେ ୪୪୧୨ ଜଣ ଅନୁପସ୍ଥିତ ଥିଲେ।