ଆବେଦନପତ୍ର କମିଟିଙ୍କ ଦଶମ ବୈଠକ

ଭୁବନେଶ୍ୱର,ଏନ୍ଏନ୍ଏସ୍ : ଆଜି ବିଧାନସଭାର ଆବେଦନପତ୍ର କମିଟିଙ୍କ ଦଶମ ବୈଠକ ବିଧାୟକ ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଧାନସଭା ସ୍ଥିତ ପ୍ରକୋଷ୍ଠ ନଂ-୫୫ରେ ଅନୁଷ୍ଠିତ ଏହି ବୈଠକରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ସମ୍ପର୍କିତ ବକେୟା ଥିବା ଆବେଦନ ପତ୍ରଗୁଡ଼ିକ ଉପରେ ଅଦ୍ୟାବଧି ନିଆଯାଇଥଽା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ବୈଠକରେ କମିଟିର ସଭ୍ୟ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ପଦାଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।