ଅଜଣା ଗାଡି ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଘଟଣାସ୍ଥଳରେ ଉତ୍ତେଜନା

ପାଟଣା,ଏନ୍ଏନ୍ଏସ୍: ପାଟଣା କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଡାବରଚୁଆ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଚେମେଣା ପଞ୍ଚାୟତ ବଳିଆପଶି ଗ୍ରାମର ଅନାଦି ମହାନ୍ତ ଓ ସେ ମାନସିକ ବିକୃତ ବୋଲି ଜଣାପଡ଼ିଛି। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଟ୍ରକଟି ଫେରାର ହୋଇଯାଇଛି। ଜାତୀୟ ରାଜପଥ ଉପରେ ମୃତଦେହ ପଡ଼ିଥିବାରୁ ରାଜପଥର ଉଭୟ ପାର୍ଶ୍ଵରେ ଶହ ଶହ ଗାଡି ମୋଟର ଅଟକି ରହିଛି। ସୂଚନା ଅନୁସାରେ ବୃଦ୍ଧ ଜଣଙ୍କ ଚାଲି ଚାଲି ଯାଉଥିବା ବେଳେ ତାଙ୍କୁ ଅଜଣା ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ଘଟଣାସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ଶବକୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି।