ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ କେତାଙ୍ଗ ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ମହିଳା ହେଲେ କେତାଙ୍ଗ ଗ୍ରାମ ପୋଖରୀ ସାହିର ମାଣିକ ସିଂ। ଆଜି ସକାଳୁ ମାଣିକ ଶୌଚ ହେବାକୁ ଯାଉଥିବା ବେଳେ ଗାଁ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ଅତର୍କିତ ଆକ୍ରମଣ କରିଥିଲା। ଆକ୍ରମଣରେ ବୃଦ୍ଧାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଅଛି। ସେପଟେ ଗାଁ ନିକଟରେ ଭାଲୁ ବୁଲୁଥିବାରୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି।