ନୂଆଦିଲ୍ଲୀ: ଦେଶରେ କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପି ଯାଇଛି। ୧୧ ରାଜ୍ୟରେ ୧୦୧ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମହାରାଷ୍ଟ୍ରରେ ସର୍ବାଧିକ ୩୨, ଦିଲ୍ଲୀରେ ୨୨, ରାଜସ୍ଥାନରେ ୧୭, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶରେ ଜଣେ ଲେଖାଏଁ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ ସୂଚନା ଦେଇଛନ୍ତି।
ଲବ ଅଗ୍ରୱାଲ କହିଛନ୍ତି ଯେ, ଗତ ୨୦ ଦିନରେ କରୋନା ସଂକ୍ରମଣ ଦୈନିକ ୧୦ ହଜାରରୁ କମ୍ ରହିଛି। କିନ୍ତୁ ଅନ୍ୟ ଦେଶରେ ବଢ଼ୁଥିବା ମାମଲାକୁ ଦୃଷ୍ଟିରେ ରଖି ସତ୍ତର୍କ ରହିବାର ଆବଶ୍ୟକତା ରହିଛି।