ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବତନ ଆୟୁଷ ନିର୍ଦ୍ଦେଶକ ତଥା ଓଏଏସ୍ ଅଫିସର ବିଭୁପ୍ରସାଦ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କ ନାମରେ ଜଣେ ମହିଳା କର୍ମଚାରୀ ଯୌନ ନିର୍ଯାତନାର ଅଭିଯୋଗ ଆଣିଥିଲେ। ଏନେଇ ମହିଳା ଥାନାରେ ଶ୍ରୀ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଗତ ଜୁଲାଇ ୯ ତାରିଖରେ ସେ ଗିରଫ ହୋଇଥିଲେ। ସେହିପରି ଜୁଲାଇ ୧୩ ପର୍ଯ୍ୟନ୍ତ ସେ ବିଚାର ବିଭାଗୀୟ ହାଜତରେ ରହିଥିଲେ। ଶ୍ରୀ ଷଡ଼ଙ୍ଗୀଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ତାଙ୍କୁ ପଦବୀରୁ ନିଲମ୍ବନ କରାଯାଇଥିଲା।
ସରକାରୀ ଅଧିକାରୀଙ୍କ ଅନୈତିକ ବ୍ୟବହାରକୁ ରାଜ୍ୟ ସରକାର କୌଣସି ପରିସ୍ଥିତିରେ ଗ୍ରହଣ କରିବେନି। ଏ କ୍ଷେତ୍ରରେ ଜିରୋ ଟଲେରାନ୍ସ ନୀତି ଗ୍ରହଣ କରି ମୁଖ୍ୟମନ୍ତ୍ରୀ ବିଭୁପ୍ରସାଦ ଷଡ଼ଙ୍ଗୀଙ୍କୁ ଅବସର ପ୍ରଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଶ୍ରୀ ଷଡ଼ଙ୍ଗୀ ସ୍ୱତନ୍ତ୍ର ସଚିବ ପାହ୍ୟାର ଅଧିକାରୀ ଥିଲେ।