ବାନ୍ଦ୍ରାରେ ୪ ମହଲା ବିଶିଷ୍ଟ କୋଠାର କାନ୍ଥ ଭୁଶୁଡ଼ି ଜଣେ ଲୋକ ମୃତ, ୫ ଆହତ

ମୁମ୍ବାଇ,ଏଜେନ୍ସି: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ଏକ ୪ ମହଲା କୋଠାର କାନ୍ଥ ଭୁଶୁଡ଼ିବାରୁ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ରାତି ପ୍ରାୟ ୧ଟା ୩୦ ସମୟରେ ଏହି ଦୁର୍ଘଟଣା ଘଟିଛି।

ଘଟଣା ସମ୍ପର୍କରେ ସୂଚନା ମିଳିବା ପରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳକୁ ପହଞ୍ଚିଥିଲେ। ସ୍ଥାନୀୟ ପୁଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ମୁମ୍ବାଇରେ ବର୍ଷା କାରଣରୁ ଉଦ୍ଧାର କାର୍ଯ୍ୟରେ ବାଧା ହେଉଛି। ଅଗ୍ନିଶମ ବାହିନୀର କର୍ମଚାରୀମାନେ ବଡ଼ ସଂକଟରେ ଫସିଯାଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।