ସ୍ୱାଭିମାନ ଅଞ୍ଚଳରେ ଗୁଳିବିନିମୟ : ଜଣେ ମାଓବାଦୀ ମୃତ

ମାଲକାନଗିରି, କୋରୁକୋଣ୍ଡା, ଏନ୍ଏନ୍ଏସ୍ : ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି । ଆଜି ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବାବେଳେ ପୁଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଗୁଳିବିନିମୟରେ ଜଣେ ହାର୍ଡକୋର ମାଓବାଦୀର ମୃତ୍ୟୁ ହୋଇଛି। ସେଠାରୁ ବନ୍ଧୁକ ଓ ମାଓସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି । ମୃତ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି ।