ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ଜଣେ କରୋନା ରୋଗୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କର କେସ୍ ନମ୍ବର ୭୭ ହୋଇଥିବା ବେଳେ ଭୁବନେଶ୍ୱରର ମଧୁସୁଦନ ନଗର ଅଞ୍ଚଳରୁ ଚିହ୍ନଟ ହୋଇଥିଲେ। ସେ କିମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ସେ ଜଣେ କିଡ଼ନୀ ରୋଗୀ ଓ ତାଙ୍କୁ ମଧୁମେହ ଥିଲା। ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆଜି ରାଜ୍ୟରେ ଆଉ ଜଣେ କୋରୋନା ପଜିଟିଭ ଚିହ୍ନଟ୍ ହୋଇଛି। ଏଥିସହ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ପକ୍ଷରୁ ସୂଚନା ମିଳିଛି।
