କରୋନା ନେଲା ଆଉ ଏକ ମୁଣ୍ଡ; ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟ ୧୨

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ତେବେ ମୃତ ବ୍ୟକ୍ତି ଜଣଙ୍କ ପୁରୀ ଜିଲ୍ଲାର ୬୦ ବର୍ଷୀୟ ବୃଦ୍ଧ।

ସୂଚନା ଅନୁସାରେ କୋଭିଡ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ପୂର୍ବରୁ ସେ ଫୁସଫୁସ ରୋଗରେ ମଧ୍ୟ ପୀଡ଼ିତ ଥିଲେ। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି।