ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ବାଲେଶ୍ୱର ଅଞ୍ଚଳରୁ ଆଜି ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ତେବେ ବାରମ୍ବାର ରାଜ୍ୟରେ ସଂକ୍ରମଣ ବଢ଼ୁଥିବାରୁ ସାଧାରଣରେ ଚିନ୍ତା ବଢ଼ାଇଛି।

ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୮ରେ ପହଞ୍ଚିଛି। ତେବେ ଆଜି ସକାଳେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଖବର ଆସିଥିଲା।