ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ଆଜି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଜଣକ ତାମିଲନାଡ଼ୁରୁ ଆସିବା ପରେ ଗୌଡ଼ଗୁଡ଼ା ସଂଗରୋଧ କେନ୍ଦ୍ରରେ ରହିଥିଲେ। ତାଙ୍କଠାରେ ଲକ୍ଷଣ ଦେଖା ଦେଇଥିବାରୁ ରକ୍ତ ନମୁନା ପରୀକ୍ଷା ନିମନ୍ତେ ପଠାଯାଇଥିଲା। ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ଜିଲ୍ଲା ପ୍ରଶାସନ ତରଫରୁ ତାଙ୍କୁ ମାଲକାନଗିରି କୋଭିଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏଥିସହ ପ୍ରଶାସନ ତରଫରୁ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି।
ସୂଚନାଯୋଗ୍ୟ, ମାଲକାନଗିରି ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଅନ୍ୟ ୨୫ ଜଣ ଚିକିତ୍ସାଧୀନ ଅଛନ୍ତି।