ବଲାଙ୍ଗୀର,ଏନ୍ଏନ୍ଏସ୍: ଗତକାଲି ବଲାଙ୍ଗୀର ଜିଲ୍ଲାରେ ଦୁଇଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ଆଉ ଜଣେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ସଇଁନ୍ତଳା ବ୍ଲକ ଅନ୍ତର୍ଗତ ଟିକ୍ରାପଡ଼ା ଗ୍ରାମପଂଚାୟତର ବୋଲି ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ତେଲେଙ୍ଗାନା ଫେରନ୍ତା ବୋଲି ଜଣାପଡ଼ିଛି। ତେବେ ଗତ ୧୮ ତାରିଖରେ ସେ ତେଲେଙ୍ଗାନାରୁ ଫେରିବା ପରେ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିଲେ। ପରେ ତାଙ୍କ ସ୍ୱାବ ନମୁନା ସଂଗ୍ରହ କରି ଟେଷ୍ଟ ପାଇଁ ପଠାଯାଇଥିଲା ଯାହାକି ପଜିଟିଭ ଆସିଛି। ଇତିମଧ୍ୟରେ ତାଙ୍କୁ ଭୁବନେଶ୍ୱରସ୍ଥିତ କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଏଥି ସହିତ ବଲାଙ୍ଗୀର ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଂଚିଥିବା ବେଳେ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି