ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଆକ୍ରାନ୍ତ ଜଣଙ୍କ ମହାରାଷ୍ଟ୍ର ଫେରନ୍ତା ହୋଇଥିବା ବେଳେ ସେ ପଡ଼ିଆ ବ୍ଲକ୍ ଅନ୍ତର୍ଗତ ଏକ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ରହୁଥିବା ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଟ୍ୱିଟ କରି ସୂଚନା ଦେଇଛନ୍ତି। ତେବେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯାଉଥିବା ଜଣାପଡ଼ିଛି।
ବର୍ତ୍ତମାନ ସୁଦ୍ଧା ଜିଲ୍ଲାର ୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୬ ଜଣ ଚିକିତ୍ସିତ ଅଛନ୍ତି।