ରାଜ୍ୟରେ ଆଉ ଜଣେ କରୋନା ପଜେଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୧୧କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ପଜେଟିଭ୍ ଚିହ୍ନଟ। ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ହେଲେ ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରିି କ’ଣ ରହିଛି ଜଣାପଡ଼ି ନାହିଁ। ଏହାକୁ ମିଶାଇ ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନା ଯୋଗ୍ୟ, ଆଜି ଅପରାହ୍ଣରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ଜଣେ କରୋପୁଟ ଅଂଚଳର ନର୍ସ ହୋଇଥିବା ବେଳ ଅନ୍ୟ ଜଣେ ବାଲେଶ୍ୱର ଜିଲ୍ଲାର ବୋଲି ଚଣାପଡ଼ିଥିଲା। ରାଜ୍ୟ ପାଇଁ ଆଉ ଏକ ଖୁସି ଖବର ମଧ୍ୟ ଆସିଥିଲା ।୨ଜଣ କରୋନା ପଜେଟିଭ୍ ସ୍ୱାସ୍ଥ୍ୟ ହୋଇଥିଲେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା। ହେଲେ ପୁଣି ଯାଜପୁର ଅଂଚଳରେ ୨ଜଣ କରୋନା ପଜେଟିଭ୍ ଚିହ୍ନଟ ହେବା ରାଜ୍ୟ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୭ଜଣ ସୁସ୍ଥ ହୋଇଛନ୍ତି। ଜଣେ ସଂକ୍ରମିତ କରୋନା ଆକ୍ରାନ୍ତରେ ମୃତ୍ୟୁ ବରଣ କରିଛନ୍ତି। ଅନ୍ୟ ୭୩ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।