ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ଯାଜପୁର ଜିଲ୍ଲା ୫୮ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୩କୁ ବୃଦ୍ଧି ପାଇଛି। ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସୂଚନା ଯୋଗ୍ୟ ଆଜି ରାତି ୯.୨୫ ସୁଦ୍ଧା ରାଜ୍ୟରେ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମରୁ ଜଣେ, ବାଲେଶ୍ୱରରୁ ୩ଜଣ, ସୁନ୍ଦରଗଡ଼ରୁ ଜଣେ, କଟକରୁ ଜଣେ ଓ ଯାଜପୁରରୁ ଜଣେ। ଏହ।କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୬୦ଜଣ ସୁସ୍ଥ ହୋଇଛନ୍ତି। ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୧୫ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।