ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏଥି ସହିତ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ମୃତକ ଜଣକ କଟକର ୭୫ ବର୍ଷୀୟ ବୃଦ୍ଧ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରଦାନ କରିଛି। ସେ କ୍ରୋନିକ ପଲ୍ମୋନରୀ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। କିନ୍ତୁ ଭର୍ତ୍ତି ହେବାର କିଛି ଘଣ୍ଟା ମଧ୍ୟରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା ଯାହାର ରିପୋର୍ଟ ନେଗେଟିଭ ଆସିଥିଲା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଜନିତ ମୃତ୍ୟୁସଂଖ୍ୟା ୫ରେ ପହଂଚିଛି। ସେଥିମଧ୍ୟରୁ ୨ଜଣ ଭୁବନେଶ୍ୱରର, ୨ଜଣ ଗଞ୍ଜାମର ଓ ଜଣେ କଟକ ଜିଲ୍ଲାର ରହିଛନ୍ତି।