କରୋନାରେ ଗଲା ଆଉ ଏକ ମୁଣ୍ଡ, ମୋଟ ୧୫ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗଞ୍ଜାମ ଜିଲ୍ଲାର ୪୬ ବର୍ଷୀୟ ପୁରୁଷ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତାଙ୍କର କୋଭିଡ ନିମୋନିଆ ଚିକିତ୍ସା ଚାଲିଥିବା ବେଳେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏଥିସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି।