ଦେବଗଡ଼ରୁ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ

ଦେବଗଡ଼, ଏନ୍ଏନ୍ଏସ୍: ଦେବଗଡ଼ରେ ଆଜି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଜଣକ ତେଲେଙ୍ଗାନାରୁ ଫେରି ଆଉଁଲି ସଂଗରୋଧ କେନ୍ଦ୍ରରେ ରହୁଥିବା ନେଇ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଦେବଗଡ଼ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟ ୪୧କୁ ବୃଦ୍ଧ ପାଇଛିି। ସେଥିମଧ୍ୟରୁ ୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩ଜଣ ଚିକିତ୍ସାଧୀନ ଅଛନ୍ତି।