ଭୁବନେଶ୍ବର,ଏନ୍ଏନ୍ଏସ୍: ଘନିଭୂତ ହେଉଛି ଘୂର୍ଣ୍ଣିବଳୟ। ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଆସନ୍ତାକାଲି ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ତେବେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭାଗ ପକ୍ଷରୁ ଆଜି ବଜ୍ରପାତ ନେଇ ୧୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୫ ତାରିଖ ପାଇଁ ୧୬ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ଓଡ଼ିଶାର ବାକି ଅଞ୍ଚଳରୁ ଦକ୍ଷିଶ ପଶ୍ଚିମ ମୌଶୁମୀ ବାୟୁର ଲେଉଟାଣି ଜାରି ରହିଛି।