ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା, ଜଣେ ମୃତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଭୁବନେଶ୍ୱରସ୍ଥିତ ରାଜଭବନ ପାଖ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଗଞ୍ଜାମ ଜିଲ୍ଲାର ସତ୍ୟ ନାୟକ। ଏନେଇ ସୂଚନା ଦେଇଛନ୍ତି କଟକ ବଡ ମେଡିକାଲର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା। ଗତକାଲି ଦୁଇଜଣ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି। ସତ୍ୟଙ୍କ ଶରୀରର ୬୦ ଭାଗ ପୋଡି ଯାଇଥିଲା।