ଶ୍ରୀମନ୍ଦିରର ଜଣେ ସେବାୟତଙ୍କୁ କରୋନା ରାଜ୍ୟ By Nitidin Last updated Jun 23, 2020 Share ଭୁବନେଶ୍ୱର, ଏନ୍ଏନ୍ଏସ୍: ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ୧୧୪୩ ଜଣ ସେବାୟତଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ କେବଳ ଜଣଙ୍କୁ ଛାଡ଼ିଦେଲେ ଅବଶିଷ୍ଟ ସମସ୍ତଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରଥଯାତ୍ରା ନୀତିକାନ୍ତି ଆରମ୍ଭ ହେବା ପୂର୍ବରୁ ସମ୍ପୃକ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଏଥିସହିତ କଣ୍ଟାକ୍ଟ ଟ୍ରେସିଂ କରାଯାଇ ଅଂଚଳକୁ କଣ୍ଟେନମେଣ୍ଟ କରାଯାଇଛି। Share