ପାମ୍ପୋରରେ ସୁରକ୍ଷାବାହିନୀର ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,ଏଜେନ୍ସି: ଜାମ୍ମୁ-କାଶ୍ମୀରର ପାମ୍ପୋରରେ ଆଜି ସୁରକ୍ଷାବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା କାଶ୍ମୀର ଜୋନ ପୁଲିସ ଗଣମାଧ୍ୟମକୁ ସୂଚନା ଦେଇଛି। ମୃତ ଆତଙ୍କବାଦୀର ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ ହୋଇଛି।

ପାମ୍ପୋର ଅଞ୍ଚଳରେ ଥିବା ଲାଲପୋରାରେ ଗତକାଲି ଠାରୁ ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ଏଠାରେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାବାହିନୀର ଯବାନମାନେ ଅତର୍କିତ ଭାବେ ଚଢ଼ଉ କରିଥିଲେ। ତେବେ ସୁରକ୍ଷା ବାହିନୀର ଯବାନଙ୍କୁ ଦେଖି ଆତଙ୍କବାଦୀମାନେ ଭୟଭୀତ ହୋଇ ଗୁଳି ଚଳାଇବା ଆରମ୍ଭ କରିଦେଇଥିଲେ। କିନ୍ତୁ ଯବାନଙ୍କ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଜଣେ ଆତଙ୍କବାଦୀ ନିହତ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ଉକ୍ତ ସ୍ଥାନରେ ଯାଞ୍ଚ ଜାରି ରହିଛି।