ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ବଢିବ ଶୀତ। ଆଗାମୀ ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମିଳିଥିବା ସୂଚନା ଅନୁସାରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଯାଇଛି। ଏହାସହ ୧୧ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଏହା ମଧ୍ୟରେ ରହିଛି କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, କଟକ, ଢ଼େଙ୍କାନାଳ, କେନ୍ଦୁଝର, ବାଲେଶ୍ୱର ଓ ଦେବଗଡ଼।
ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ। ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକରେ ମଧ୍ୟ ରାତି ସମୟରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ କମିବା ସମ୍ଭାବନା ରହିଥିବା ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।