ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୩୫୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୧୮୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।