ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୭୯ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୦୩୬ ଜଣକୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯ ଜଣ ରହିଛନ୍ତି।