ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୬୬୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫ ଜଣ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨,୮୭,୬୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୬୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୧୨୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୦୬୯୯୮୪୩ସାମ୍ପୁଲ ଟେଷ୍ଟ୍ ହୋଇଛି।