ପଦ୍ମପୁରରୁ ୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୩ଦିନ ସଟଡାଉନ ଘୋଷଣା କଲେ ଜିଲ୍ଲାପାଳ

ରାମନାଗୁଡ଼ା,ଏନ୍ଏନ୍ଏସ୍: ଆଜି ପଦ୍ମପୁର ବ୍ଲକରେ ୨୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ପଦ୍ମପୁର ବ୍ଲକକୁ ୩ଦିନ ପାଇଁ ସଟଡାଉନ ଘୋଷଣା କରାଯାଇଛି। ପଦ୍ମପୁର ଅଞ୍ଚଳରେ ୨ୟ ଆକ୍ରାନ୍ତଙ୍କ ନିକଟରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ଜଣାପଡିଛି। ଆକ୍ରାନ୍ତ ଚିହ୍ନଟ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବାସହ ସଟଡାଉନ ଅଞ୍ଚଳରେ ରାଜ୍ୟ ସରକାର ଜାରି କରିଥିବା ସମସ୍ତ ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା ସୂଚନା ଦେଇଛନ୍ତି।