ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଓରଫ ନନ୍ଦ ସାରଙ୍କ ପରଲୋକ। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲା। ନନ୍ଦ ସାର କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଏନେଇ ତାଙ୍କ ନାତି ଖଗେଶ୍ୱର ପୃଷ୍ଟି ସୂଚନା ଦେଇଛନ୍ତି। ଏଥିସହିତ ଆଜି ଦିନ ୧ଟା ୨୮ରେ ନନ୍ଦ ସାରଙ୍କ ମୃତ୍ୟୁ ହୋଇଥିବା ନେଇ ସମ୍ କର୍ତୃପକ୍ଷ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ନନ୍ଦ ସାର ଚାଟଶାଳୀରେ ପିଲାଙ୍କୁ ପାଠ ପଢ଼ାଇ ଚର୍ଚ୍ଚିତ ହୋଇଥିଲେ। ନଭେମ୍ବର ୯ ତାରିଖରେ ରାଷ୍ଟ୍ରପତି ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।