ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଅଣାୟତ୍ତ ହେଉଛି କରୋନା। ରାଜ୍ୟରେ ଆଉ ୮ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା ଭାଇରସ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨ ଜଣଙ୍କ ମୃତ୍ୟୁ ଘଟିଛି। ନୂଆପଡ଼ା, କଟକ, ବଲାଙ୍ଗିର, ଭଦ୍ରକ, ବରଗଡ଼ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଥିବା ଜଣାପଡ଼ିଛି।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ହଜାର ୬୪୭ କରୋନା ସଂକ୍ରମିତ ଚିହ୍ନଟ କରାଯାଇଛି।