ଏସଟିଏଫ ହାତରେ ଧରାପଡ଼ିଲେ ବଜ୍ରକାପ୍ତା ବ୍ୟବସାୟୀ, ଗୋଟିଏ ଜୀବନ୍ତ ବଜ୍ରକାପ୍ତା ସହ ୩ ଗିରଫ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଏସଟିଏଫ୍ ପଞ୍ଝାରେ ପୁଣି ବଜ୍ରକାପ୍ତା ବ୍ୟବସାୟୀ। ଭୁବନେଶ୍ୱର କଳିଙ୍ଗ ଷ୍ଟୁଡିଓ ଛକ ନିକଟରୁ ୩ ବ୍ୟବସାୟୀଙ୍କୁ ଗିରଫ କରିଛି ଏସଟିଏଫ୍। ବଜ୍ରକାପ୍ତା ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡିବସିଲା ଏସଟିଏଫ୍। ଗିରଫ ୩ ଜଣ ହେଲେ କଟକ ବଡମ୍ବା ଅଞ୍ଚଳର ଚିତ୍ରସେନ ସାହୁ, ଭୁବନେଶ୍ୱର ପାତ୍ରପଡାର ଖଗେଶ୍ୱର ସାହୁ ଓ ଗଞ୍ଜାମ କାଂସମାରୀର ଭାଗିରଥୀ ବେହେରା। ସେମାନଙ୍କ ନିକଟରୁ ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ବଜ୍ରକାପ୍ତାକୁ ଉଦ୍ଧାର କରି ଚନ୍ଦକା ଡିଏଫଓଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି।

ଉଲ୍ଲେଖଯୋଗ୍ୟ ଯେ, ଗତ ବର୍ଷେ ମଧ୍ୟରେ ଏସଟିଏଫ ଦ୍ୱାରା ୧୫ଟି ବାଘ ଛାଲ, ୯ଟି ହାତୀ ଦାନ୍ତ, ୨ଟି ହରିଣ ଛାଲ, ୪ଟି ଜୀବନ୍ତ ବଜ୍ରକାପ୍ତା, ୧୩ କେଜି ବଜ୍ରକାପ୍ତା କାତି ଜବତ କରାଯାଇଛି। ଏହାସହ ୩୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଏସଟିଏଫ୍।