କନ୍ଧମାଳ,୧୭ା୭/ଏନ୍ଏନ୍ଏସ: ଜିଲ୍ଲା ଆଇନସେବା ପ୍ରାଧିକରଣ ଫୁଲବାଣୀ ଅଧ୍ୟକ୍ଷଙ୍କ ନିର୍ଦ୍ଦେଶକ୍ରମେ ଫୁଲବାଣୀ ବିକଳ୍ପ ବିବାଦ ସମାଧାନ କେନ୍ଦ୍ର ସଭାଗୃହରେ ପାରାଲିଗାଲ ସ୍ୱେଚ୍ଛାସେବୀଙ୍କ ପାଇଁ ଏକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଓ ଦୌରା ଜଜ୍ ସତ୍ୟପୀର ମିଶ୍ର, କନ୍ଧମାଳ ଏବଂ ଜିଲ୍ଲା କୋର୍ଟର ସମସ୍ତ ବିଚାର ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ୧୯ଜଣ ପାରାଲିଗାଲ ସ୍ୱେଚ୍ଛାସେବୀଙ୍କୁ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ବିଷୟରେ ବୁଝାଇଥିଲେ । ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଅନୁଶିଲା ରୟ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଶେଷରେ ସମସ୍ତ ସ୍ୱେଚ୍ଛାସେବୀଙ୍କୁ ଜିଲ୍ଲା ଆଇନସେବା ପ୍ରାଧିକରଣ ଫୁଲବାଣୀ କାର୍ଯ୍ୟାଳୟ ତରଫରୁ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା ।