- ନୂଆଦିଲ୍ଲୀ: ପରୀ ହତ୍ୟା ମାମଲାରେ ଦୋଷୀଙ୍କୁ ଉଚିତ ଦଣ୍ଡ ଦେବା ପାଇଁ ମାମଲାର ସିବିଆଇ ତଦନ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପରୀର ପରିବାର ଲୋକେ। କୋର୍ଟ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟରେ ଆବେଦନ କରିବାକୁ ପରୀର ବାପା, ମା’ଙ୍କୁ କହିଛନ୍ତି ସୁପ୍ରିମକୋର୍ଟ। ନୟାଗଡର କୁନି ଝିଅ ପରୀ ହତ୍ୟା ମାମଲାରେ ସିବିଆଇ ତଦନ୍ତ ଦାବି କରି ପରୀର ବାପା, ମା’ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ପ୍ରଥମେ ରିଟ୍ ପିଟିସନ ଓ ପରେ ସ୍ପେଶାଲ ଲିଭ୍ ପିଟିସନ ଜରିଆରେ ଆବେଦନ କରାଯାଇଥିଲା । ପୂର୍ବ ଶୁଣାଣି ସମୟରେ ଖଣ୍ଡପୀଠ ପରୀ ପରିବାର ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀଙ୍କୁ ତଳକୋର୍ଟ ଅର୍ଥାତ ଓଡ଼ିଶା ହାଇକୋର୍ଟ ଦେଇଥିବା ଅର୍ଡର କପି କୋର୍ଟଙ୍କ ନିକଟରେ ଦାଖଲ କରିବାକୁ କହିଥିଲେ।