କଟକଣା ଭିତରେ ଗଡ଼ିବ ପାସେଞ୍ଜର ଓ ମେମୁ ଟ୍ରେନ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: କୋଭିଡ୍ କଟକଣା ମଧ୍ୟରେ ଖୁବ୍‌ ଶୀଘ୍ର ଗଡ଼ିବ ପାସେଞ୍ଜର ଓ ମେମୁ ଟ୍ରେନ୍। ଯାତ୍ରୀଙ୍କ ଅସୁବିଧାକୁ ନଜରରେ ରଖି ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ ମେମୁ ଟ୍ରେନ୍ ଚଳାଚଳ କରିବ। ଏଥିସହ ପୁରୀ-ହାଟିଆ, ପୁରୀ-ସମ୍ବଲପୁର ଓ ପୁରୀ-ପାରାଦୀପ ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍।

ଭୁବନେଶ୍ୱର-କେନ୍ଦୁଝରଗଡ଼ ମେମୁ ମାର୍ଚ୍ଚ ୩୦ରୁ ଅପରାହ୍ଣ ୪ଟା ୩୫ରେ ଭୁବନେଶ୍ୱରରୁ ଛାଡ଼ି ରାତି ୯ଟା ୩୫ରେ କେନ୍ଦୁଝରଗଡ଼ରେ ପହଞ୍ଚିବ। କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ ସକାଳ ୬ଟା ୩୦ରେ କେନ୍ଦୁଝରଗଡ଼ରୁ ବାହାରି ପୂର୍ବାହ୍ଣ ୧୧ଟା ୫ରେ ଭୁବନେଶ୍ୱରରେ ପହଞ୍ଚିବ। ସେହିପରି ପୁରୀ-ଅନୁଗୁଳ ମେମୁ ଏପ୍ରିଲ ୫ରୁ ଅପରାହ୍ଣ ୪ଟା ୪୫ରେ ପୁରୀରୁ ବାହାରି ରାତି ୯ଟା ୩୦ରେ ପହଞ୍ଚିବ। ସେହିପରି ଅନୁଗୁଳ-ପୁରୀ ମେମୁ ସକାଳ ୫ଟା ୪୫ରେ ଅନୁଗୁଳରୁ ବାହାରି ପୂର୍ବାହ୍ନ ୧୦ଟା ୨୦ରେ ପୁରୀରେ ପହଞ୍ଚିବ। ଅନ୍ୟପକ୍ଷରେ ପୁରୀ-ହାଟିଆ-ପୁରୀ ଟ୍ରେନ୍ ଏପ୍ରିଲ ପହିଲାରୁ ପୁରୀରୁ ରାତି ୮ଟା ୩୦ରେ ଛାଡ଼ି ପରଦିନ ପୂର୍ବାହ୍ନ ୧୦ଟା ୪୫ରେ ହାଟିଆରେ ପହଞ୍ଚିବ।

ହଟିଆ-ପୁରୀ ଟ୍ରେନ୍ ଏପ୍ରିଲ ୨ରୁ ଅପରାହ୍ଣ ୪ଟାରେ ହଟିଆରୁ ବାହାରି ପରଦିନ ସକାଳ ୬ଟା ୧୦ରେ ପୁରୀରେ ପହଞ୍ଚିବ। ସମ୍ବଲପୁର-ପୁରୀ-ସମ୍ବଲପୁର ସ୍ୱତନ୍ତ୍ର ଟ୍ରେନ୍ ଏପ୍ରିଲ ୩ରୁ ସକାଳ ୬ଟାରେ ସମ୍ବଲପୁରରୁ ବାହାରି ଅପରାହ୍ଣ ୧୨ଟା ୫୦ରେ ପୁରୀରେ ପହଞ୍ଚିବ। ଏହାପରେ ଅପରାହ୍ନ ୩ଟା ୪୫ରେ ପୁରୀରୁ ବାହାରି ରାତି ୧୦ଟା ୧୦ରେ ସମ୍ବଲପୁରରେ ପହଞ୍ଚିବ। ପୁରୀ-ପାରାଦୀପ-ପୁରୀ ସ୍ୱତନ୍ତ୍ର ଟ୍ରେନ ଏପ୍ରିଲ ୭ରୁ ସକାଳ ୬ଟା ୧୫ରେ ପୁରୀରୁ ବାହାରି ପୂର୍ବାହ୍ନ ୧୦ଟା ୧୫ରେ ପାରାଦୀପରେ ପହଞ୍ଚିବ। ପରେ ସନ୍ଧ୍ୟା ୬ଟାରେ ପାରାଦୀପରୁ ଛାଡ଼ି ରାତି ୧୦ଟା ୧୦ରେ ପୁରୀରେ ପହଞ୍ଚିବ।