ନୂଆଦିଲ୍ଲୀ,ଏଜେନ୍ସି: ରାଜଧାନୀ ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ। ଦିଲ୍ଲୀର ଗୋକୁଳପୁରି ଅଞ୍ଚଳରେ ଥିବା ଏକ ବସ୍ତିରେ ଭୟଙ୍କର ନିଆଁ ଲାଗିଛି । ଏଥିରେ ୭ ଜଣ ପୋଡି ହୋଇ ପ୍ରାଣ ହରାଇଥିବା ସୂଚନା ମିଳିଛି।
ଗତକାଲି(ଶୁକ୍ରବାର) ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିବା ସହ ୭ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ତେବେ କିପରି ଏହି ଅଗ୍ନିକାଣ୍ଡ ଘଟିଲା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।