ନର୍ଲାରେ ଜନ ଶୁଣାଣୀ ଶିବିର

ଭବାନୀପାଟଣା,ଏନ୍‌ଏନ୍‌ଏସ୍‌: ନର୍ଲା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପଜିଲ୍ଲାପାଳ ଭବାନିପାଟଣା ଡା. ବିଶ୍ୱଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୋଟ ୮୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୩୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।