ଫୁଲବାଣୀ,ଏନ୍ଏନ୍ଏସ୍: ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା କ୍ୟାମେରା ମ୍ୟାନ ରାଜୁ ନାୟକଙ୍କ ପରିବାରକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ଅତିରିକ୍ତ ଜିଲ୍ଲାପାଳ ବସନ୍ତ କୁମାର ସାହୁ ରେଡକ୍ରସ ଫଣ୍ଡରୁ ୧୦ ହଜାର ଟଙ୍କାର ଚେକ ସ୍ୱର୍ଗତ ରାଜୁଙ୍କ ବାପା ବିଦେଶୀ ନାୟକଙ୍କୁ ପ୍ରଦାନ କରିଛନ୍ତି। ଏହି ଅବସରରେ ଫୁଲବାଣୀ ଆଇଟିଡିଏର ପ୍ରକଳ୍ପ ପ୍ରଶାସନ ବିରେନ୍ଦ୍ର କୁମାର ଦାସ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସେହିଭଳି ଆଜି ଫୁଲବାଣୀ ସାମ୍ବାଦିକଙ୍କ ପକ୍ଷରୁ ମଧ୍ୟ କିଛି ଆର୍ଥିକ ସହାୟତା ରାଶି ମୃତରାଜୁଙ୍କ ପିରବାରକୁ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ , ରାଜୁଙ୍କର ବୁଧବାର ବାଇକ୍ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଉପ ଜିଲ୍ଲାପାଳ ସୁରେଶ ଚନ୍ଦ୍ର ପ୍ରଧାନ ମୃତକଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ପ୍ରଶାସନ ପକ୍ଷରୁ ୧୦ ହଜାର ଟଙ୍କାର ସହୟତା ଯୋଗାଇ ଦେବାକୁ ଘୋଷଣା କରିଥିଲେ।