ମୁକ୍ତିଲାଭ କଲା ଓଡ଼ିଆ ସିନେମା ‘ତିତଲି’

ଭୁବନେଶ୍ବର,ଏନ୍ଏନ୍ଏସ୍: ମୁକ୍ତିଲାଭ କଲା ଓଡ଼ିଆ ସିନେମା ‘ତିତଲି’। ଭିନ୍ନ ସ୍ବାଦର ପ୍ରେମ କାହାଣୀ ସହ ମୌଳିକ ଓଡ଼ିଆକାହାଣୀ ଏଥିରେ ଦେଖିବାକୁ ମିଳିଛି। ଅଞ୍ଜନେୟ ମିଡିଆ ପ୍ରାଇଭେଟ ଲିମିଟେଡ ପ୍ରଡକ୍ସନର ଏହା ପଞ୍ଚମ ଅବଦାନ ହୋଇଥିବା ବେଳେ ସିନେମାର ଗୀତ ଗୁଡିକ ବେଶ ମନଛୁଆଁ ହୋଇଛି। ପୂର୍ବରୁ ଏହି ପ୍ରଡକ୍ସନ ବ୍ୟାନରରେ ନିର୍ମିତ ବ୍ୟାଡଗାର୍ଲ, ଧର୍ମ, ଭୈରବ, ଦେବଦାସ ଭଳି ସିନେମା ଦର୍ଶକଙ୍କ ମନକୁ ଛୁଇଁଥିବା ବେଳେ ‘ତିତଲି’ ମଧ୍ୟ ଦମଦାର ହେବ ବୋଲି ପ୍ରଯୋଜନା ସଂସ୍ଥା ଆଶା କରୁଛି।

ପ୍ରଭାତ କୁମାର ପ୍ରଧାନ ଓ ଶିଶିର ଚନ୍ଦ୍ର ଦାସଙ୍କ ପ୍ରଯୋଜିତ ଏହି ସିନେମାରେ ନିର୍ଦ୍ଦେଶନା ଦେଇଛନ୍ତି ଏସ୍‌କେ ମୁରଲୀଧରନ ଏବଂ ଦେବିଦତ୍ତ ମହାନ୍ତି ‘ତିତଲି’ର କାହାଣୀ ଲେଖିଛନ୍ତି। ଦିବ୍ୟା, ତୁଷାର, ମିହିର ଦାସ, ପ୍ରତିଭା ପଣ୍ଡା, ପ୍ରୀତିରାଜ, ହାଡୁ, ଜୀବନ ପଣ୍ଡା ପ୍ରମୁଖ ଏହି ସିନେମାରେ ନଜର ଆସିଛନ୍ତି। ପ୍ରେମାନନ୍ଦଙ୍କ ସଂଗୀତ ନିର୍ଦ୍ଦେଶନାରେ ‘ତିତଲି’ରେ ରହିଛି ମୋଟ ୫ଟି ଗୀତ। ଯେଉଁଥିରେ ଦିପ୍ତୀ ରେଖା, ସବିଶେଷ, ଅନନ୍ୟା, ଗୌରବ, ଆଶୁତୋଷ, ପ୍ରଜ୍ଞା ଏବଂ ସମୀକ୍ଷା ପ୍ରମୁଖ କଣ୍ଠଦାନ
କରିଛନ୍ତି। ବସନ୍ତରାଜ ସାମଲଙ୍କ ରଚିତ ଗୀତ ଗୁଡିକ ବେଶ୍‌ ଚିତାକର୍ଷକ ହୋଇଛି। ବସନ୍ତରାଜ-ପ୍ରେମାନନ୍ଦ୍ ଯୋଡିରେ ପ୍ରସ୍ତୁତ ଗୀତଗୁଡିକ ସିନେମାକୁ ଆହୁରି ହୃଦୟଛୁଆଁ କରିଛି।