ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ପୁରୀ: ଆସନ୍ତା ଏପ୍ରିଲ ୧୭ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୨ ତାରିଖରେ ଭୋଟ ଗଣତି ସହ ରେଜଲ୍ଟ ପ୍ରକାଶ ପାଇବ। ନିର୍ବାଚନ ପାଇଁ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୩୦କୁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରୂପେ ଘୋଷଣା କରାଯାଇଛି। ଏଥିସହିତ ଏପ୍ରିଲ ୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ବୋଲି ସୂଚନା ମିଳିଛି।